ଏହି ବ୍ୟକ୍ତିଙ୍କୁ କର୍ମରେ ସଫଳତା ଓ ସମ୍ମାନ ମିଳିବ

Highlights

ଆଜି କେମିତି କଟିବ ଆପଣଙ୍କ ଦିନ ?
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ରାଜନିତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁବୃଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ଜୀବନ-ସାଥି ଅତି ଉତ୍ତମ ଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରୁଛନ୍ତି । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍‌ୃ ସମ୍ଭାବନା ଅଛି । ସଞ୍ଚତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି ।
ମହିଳା ମାନେ ଅଧିକ କାର‌୍ୟ୍ୟକରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ନିଜର ନୂତନ ଯୋଜନା ପାଇଁ ନିଜର ମାତା-ପିତାଙ୍କୁ ବିଶ୍ୱାସରେ ନେବା ଅତି ଆବଶ୍ୟକ । ଆପଣଙ୍କର ପ୍ରେମୀ ଆପଣଙ୍କ ସହିତ ନିଜର ଭାବନାକୁ ପ୍ରକାଶ କରିପାରିବେ ନାହିଁ ଯାହା ଆପଣଙ୍କୁ ବ୍ୟଥିତ କରିବ । ଜମିଜମା କାରବାର, ନୂତନ ଘର ତିଆରି, ଯାନ ବାହନ ମରାମତି, ଦୋକାନର ଉନ୍ନତି କାରଣରୁ ଖୁସୀ ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-
ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଭାଇଭଉଣୀ ମିଶି ସୁସ୍ୱାଦ ଭୋଜନର ଆନନ୍ଦ ନେବେ । ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ତୁଳା-
ଚେଷ୍ଟା କରୁଥିବା କାର‌୍ୟ୍ୟରେ ସଫଳତା ହାସଲ କରିବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ସହଜରେ ଅନ୍ୟମାନଙ୍କୁ ବିଶ୍ୱାସ କରିପାରିବେ ନାହିଁ।ଆପଣ ଚାକିରି କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ ଓ ପ ଦୋନ୍ନତି ମିଳିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ବାଣିଜ୍ୟ ଓ ବ୍ୟବସାୟରୁ ଭଲ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାର ଆଶା କରାଯାଇପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ଚିନ୍ତିତ ରହିବାକୁ ପଡ଼ିପାରେ। ଅଭାବ ନ ଥିଲେ ମଧ୍ୟ କେତେକ ସମସ୍ୟା ମଧ୍ୟରେ ଗତି କରୁଥିବା କାରଣରୁ ମନ ଅସ୍ଥିର ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କାର‌୍ୟ୍ୟାଳୟରେ ଉତ୍ତମ କାର‌୍ୟ୍ୟ କରିବା ପାଇଁ ଉପହାର ମିଳି ପାରେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ