Blog
ବିଛା ରାଶି ପାଇଁ କେମିତି ରହିବ ଆଜିର ଦିନ
Highlights
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ମାଲିମୋକଦ୍ଦମାରେ ସାମାନ୍ୟ ଅଶାନ୍ତି ଆସିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ
ବୃଷ-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ବଡ କମ୍ପନୀ ସହିତ ବ୍ୟବସାୟରେ ଜଡିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । କାର୍ୟ୍ୟାଳୟରେ ନିଜର ଭୁଲକୁ ସ୍ୱୀକାର କରିବା ଆପଣଙ୍କ ପକ୍ଷରେ ରହିବ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଧନ ସମ୍ପତି ବୃଦ୍ଧି ହୋଇପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହାୟତା କରିବେ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
କର୍କଟ-
ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ, କିନ୍ତୁ ସମାନ ଭାବରେ ଖର୍ଚ ମଧ୍ୟ ହେବ । ବହୁତ ଦୂରରେ ରହୁଥିବା ବନ୍ଧୁ ଆଜି ଆପଣଙ୍କୁ ସମ୍ପର୍କ କରି ପାରନ୍ତି । କୌଣସି ଦୂର ସମ୍ପର୍କୀୟ ଆଜି ଆପଣଙ୍କ ଘରକୁ ଆସିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ରାଜନୀତିରେ ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖୀନ ହେବାକୁ ପଡିପାରେ । ଅଫିସରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ପୂର୍ବ ଜୋରଦାର କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ
କନ୍ୟା-
ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।
ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଜଡିତ ହୁଅନ୍ତୁ ଯେଉଁ ମାନେ ଭବିଷ୍ୟରେ ଧାରା ଦେବାରେ ଆପଣଙ୍କ ସାହାଯ୍ୟ କରି ପାରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ଶାରିରୀକ ସମସ୍ୟା ଦେଖାଦେବ । କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ । ଘରକୁ ଆସିଥିବା ବନ୍ଧୁଙ୍କ ପାଇଁ ଖୁସି ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ – ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ
ବିଛା-
ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କାର୍ୟ୍ୟାଳୟରେ କେହି ଆପଣଙ୍କୁ କିଛି ବଢିଆ ଜିନିଷ କିମ୍ବା ଖବର ଦେଇ ପାରେ । ପିଲା ମାନେ ଆଜି ପାଠ ପ୍ରତି ଆଗ୍ରହ ନଥିବା ଯୋଗୁଁ ବିଦ୍ୟାଳୟରେ ନିରାଶ କରି ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ଜୀବନସାଥୀଙ୍କ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇବ । ଆୟିନି ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତି ନିଅନ୍ତୁ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲରେ ସମର୍ଥ ହେବେ। ପାଖ ପଡ଼ୋଶୀମାନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର ମୁଖ୍ୟ କାରଣ ହେବ। ନିଜ ଲୋକମାନଙ୍କ କାର୍ୟ୍ୟକଳାପ ଅସୁବିଧାରେ ପକାଇପାରେ।ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର୍ୟ୍ୟ ପାଇବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଜି ଶୁଣାଣିରେ ସନ୍ତୋଷ ପାଇ ପାରିବେ ନାହିଁ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ୟ୍ୟ ସାଧନ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
- Trending




